Add parallel Print Page Options

ପ୍ରଥମ ପରିବାର

ଯେତେବେଳେ ସେହି ମନୁଷ୍ୟ ତା’ର ସ୍ତ୍ରୀ ହବା ସହିତ ସହବାସ କଲା, ସେ ଗର୍ଭବତୀ ହେଲା ଏବଂ ଏକ ପୁତ୍ରକୁ ଜନ୍ମ ଦେଲା, ଯାହାକୁ ସେ କୟିନ କହିଲା। ହବା କହିଲା, “ସଦାପ୍ରଭୁଙ୍କ ସହାୟତାରେ ମୁଁ ଏକ ମନୁଷ୍ୟ ଜନ୍ମ କରିଛି।”

ଏହା ପରେ ହବା କୟିନର ଭାଇ ହେବଲଙ୍କୁ ଜନ୍ମ କଲା। ହେବଲ ମେଷପାଳକ ଓ କୟିନ କୃଷକ ହେଲେ।

ପ୍ରଥମ ହତ୍ୟା

3-4 କିଛି ସମୟ ପରେ, କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲା ଏବଂ ହେବଲ ନିଜର ପ୍ରଥମଜାତ ମେଷ ଆଣିଲା ଏବଂ ସେମାନଙ୍କର ସର୍ବୋତ୍ତମ ଅଂଶ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ।

ସଦାପ୍ରଭୁ ହେବଲକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ। କିନ୍ତୁ ସଦାପ୍ରଭୁ କୟିନକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ ନାହିଁ। ଏଣୁ କୟିନ ବହୁତ କ୍ରୋଧ ଏବଂ ଦୁଃଖ କଲା। ସଦାପ୍ରଭୁ କୟିନକୁ ପଗ୍ଭରିଲେ, “କାହିଁକି ତୁମ୍ଭେ କ୍ରୋଧ କରୁଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ? ତୁମ୍ଭେ ଯଦି ଠିକ୍ ବିଷୟ କରିବ, ତେବେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ୍ କର ତେବେ ତାହା ପାପ ହେବ। ପାପ ଏକ ପ୍ରାଣୀ ପରି, ତୁମ୍ଭ ଦ୍ୱାର ସମ୍ମୁଖରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛି। ତୁମ୍ଭେ ନିଶ୍ଚୟ ତା’ ଉପରେ ରାଜତ୍ୱ କରିବ।”

କୟିନ ତା’ର ଭାଇ ହେବଲକୁ କହିଲା, “ଗ୍ଭଲ କ୍ଷେତକୁ ଯିବା।” ତେଣୁ କୟିନ ଏବଂ ହେବଲ କ୍ଷେତକୁ ବାହାରି ଗଲେ। ଏହା ପରେ କୟିନ ହେବଲକୁ ଆକ୍ରମଣ କରି ହତ୍ୟା କଲା।

ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ତୁମ୍ଭର ଭାଇ ହେବଲ କେଉଁଠି?”

କୟିନ ଉତ୍ତର ଦେଲା, “ମୁଁ ଜାଣେ ନାହିଁ, ଏହା କ’ଣ ମୋର କାମ ଯେ ମୋର ଭାଇର ମୁଁ ଯତ୍ନ ନେବି ଓ ଜଗି ରହିବି?”

10 ଏହା ପରେ ସଦାପ୍ରଭୁ କହିଲେ, “ତୁମ୍ଭେ କ’ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଛି। 11 ଭୂମିରେ ତୁମ୍ଭ ଭାଇର ରକ୍ତ ଢାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାଯିବ। 12 ଅତୀତରେ ଭୂମିରେ କୃଷିକର୍ମ କଲେହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲୁଥିବ, ପୃଥିବୀରେ ତୁମ୍ଭର ଗୃହ ରହିବ ନାହିଁ।”

13 ଏହା ପରେ କୟିନ କହିଲା, “ମୋର ଦଣ୍ଡ ଅସହ୍ୟ! 14 ଆଜି ତୁମ୍ଭେ ମୋତେ ଏହି ଭୂମିରୁ ତଡ଼ି ଦେଲ, ତହିଁରେ ମୁଁ ତୁମ୍ଭଠାରୁ ଲୁକାୟିତ ହେବି। ମୁଁ ଏକ ପଳାତକ ଓ ପୃଥିବୀରେ ଭ୍ରମଣକାରୀ ହେବି। ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”

15 ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ମୁଁ ଏପରି ଘଟିବାକୁ ଦେବି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ୟା କରେ, ତେବେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି।” ଏହା ପରେ ସଦାପ୍ରଭୁ ପରମେଶ୍ୱର କୟିନକୁ ଏକ ଚିହ୍ନ ଦେଲେ। ଚିହ୍ନଟି ଦର୍ଶାଇଲା ଯେ, କେହି ତାକୁ ମାରିବା ଉଚିତ୍ ନୁହେଁ।

କୟିନର ପରିବାର

16 ଏହା ପରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶରେ ବାସ କଲା।

17 କୟିନ ତା’ର ସ୍ତ୍ରୀ ସହିତ ସହବାସ କଲା। ଏହା ପରେ ସେ ଗର୍ଭବତୀ ହୋଇ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କୟିନ ତା’ର ପୁତ୍ରର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା’ର ନାମ ଦେଲା “ହନୋକ।”

18 ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁୟାୟେଲ। ମହୁୟାୟେଲର ଏକ ପୁତ୍ର ଥିଲା ଯାହାର ନାମ ମଥୁଶାୟେଲ ଓ ମଥୁଶାୟେଲର ଏକ ପୁତ୍ର ଥିଲା ଯାହାର ନାମ ଲେମକ।

19 ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣକର ନାମ ଆଦା ଓ ଅନ୍ୟ ଜଣକର ନାମ ଥିଲା ସିଲ୍ଲା। 20 ଆଦା ଜାବଳକୁ ଜନ୍ମ ଦେଲା, ସେ ତମ୍ବୁନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସେମାନେ ଗୋରୁଗାଈ ଚରାଇ ଜୀବିକା ନିର୍ବାହ କରୁଥିଲେ। 21 ଜାବଳର ଭାଇର ନାମ ଥିଲା ଯୁବଳ। ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା। 22 ସିଲ୍ଲାର ଗର୍ଭରୁ ତୁବଲ-କୟିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କୟିନର ନୟମା ନାମ୍ନୀ ଏକ ଭଉଣୀ ଥିଲା।

23 ଲେମକ ତା’ର ସ୍ତ୍ରୀମାନଙ୍କୁ କହିଲା,

“ହେ ଆଦା ଓ ସିଲ୍ଲା, ମୋ’ କଥା ଶୁଣ!
    ହେ ଲେମକର ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ,
ଜଣେ ଲୋକ ମୋତେ ଆଘାତ ଦେଲା ତେଣୁ ମୁଁ ତାକୁ ମାରିଦେଲି।
    ଜଣେ ଶିଶୁ ମୋତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦେଲି।
24 ଯେବେ କୟିନର ହତ୍ୟାର ପ୍ରତିଶୋଧ ବହୁତ ହେବ।
    ତେବେ ମୋତେ ହତ୍ୟା କରିବାର ଦଣ୍ଡ ତା’ଠାରୁ ଅନେକ ଗୁଣରେ କଠୋର ହେବ।”

ଆଦମ ଏବଂ ହବାଙ୍କର ଅନ୍ୟ ଏକ ପୁତ୍ର

25 ଆଦମ ପୁନର୍ବାର ତା’ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ତାକୁ ଶେଥ ବୋଲି ଡାକିଲା। ହବା କହିଲା, “ପରମେଶ୍ୱର ହେବଲର ପ୍ରତିବଦଳରେ ଆଉ ଗୋଟିଏ ପୁତ୍ର ଦେଇଛନ୍ତି, କାରଣ କୟିନ ତାହାକୁ ହତ୍ୟା କଲା।” 26 ଶେଥର ଏକ ପୁତ୍ର ଥିଲା, ସେ ତା’ର ନାମ ଈନୋଶ ଦେଇଥିଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାକୁ ଆରମ୍ଭ କଲେ।