Añadir traducción en paralelo Imprimir Opciones de la página

ଶୟତାନ ଆୟୁବକୁ ଚିନ୍ତାରେ ପକାଇଲା

ଅନ୍ୟ ଦିନ ସ୍ୱର୍ଗଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଉପସ୍ଥିତ କରିବା ପାଇଁ ଆସିଲେ ଏବଂ ଶୟତାନ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ନିଜକୁ ଉପସ୍ଥିତ କରିବାକୁ ଆସିଲା। ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ଏତେଦିନ ଧରି କେଉଁଠାରେ ଥିଲ?”

ଶୟତାନ ସଦାପ୍ରଭୁଙ୍କୁ ଉତ୍ତର ଦେଲା, “ମୁଁ ପୃଥିବୀର ଗ୍ଭରିଆଡ଼େ ବିଚରଣ କରୁଥିଲି।”

ତା’ପରେ ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ଆମ୍ଭ ସେବକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ୟକ୍ତି ଏ ପୃଥିବୀରେ କେହି ନାହାନ୍ତି। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି। ସେ ପରମେଶ୍ୱରଙ୍କୁ କେବଳ ଉପାସନା କରେ ଓ ମନ୍ଦକାର୍ଯ୍ୟ କରିବାକୁ ବାରଣ କରେ। ସେ ଏବେ ମଧ୍ୟ ନିର୍ଦ୍ଦୋଷ, ଯଦିଓ ତୁମ୍ଭେ ବିନା କାରଣରେ ତା’ର ସମସ୍ତ ବସ୍ତୁକୁ ନଷ୍ଟ କରିବା ପାଇଁ ମୋତେ ପ୍ରବର୍ତ୍ତାଇଥିଲ।”

ଶୟତାନ ଉତ୍ତର ଦେଲା, “ଚର୍ମ ଚର୍ମ ପାଇଁ! ଜଣେ ମନୁଷ୍ୟ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦେଇ ଦେବ। ଯଦି ଆପଣ ତା’ର ଶରୀରକୁ କିଛି କରନ୍ତି, ସେ ନିଶ୍ଚୟ ଆପଣଙ୍କୁ ଆପଣଙ୍କ ସମ୍ମୁଖରେ ଅଭିଶାପ ଦେବ।”

ଏହା ପରେ ସଦାପ୍ରଭୁ ଶୟତାନକୁ କହିଲେ, “ଠିକ୍ ଅଛି, ଏବେ ମୁଁ ଆୟୁବକୁ ତୁମ୍ଭ ଅଧିକାର ଭିତରକୁ ପ୍ରଦାନ କରୁଛି। ଗୋଟିଏ ସର୍ତ୍ତରେ, ଯେ ତୁମ୍ଭେ ତା’ର ଜୀବନକୁ ଛାଡ଼ିଦେବ।”

ତା’ପରେ ଶୟତାନ ସଦାପ୍ରଭୁଙ୍କଠାରୁ ବିଦାୟ ନେଇ ଗ୍ଭଲିଗଲା। ସେ ଆୟୁବକୁ ଯନ୍ତ୍ରଣାଦାୟକ କ୍ଷତ ଦେଲା। ଏହି କ୍ଷତଗୁଡ଼ିକ ସମଗ୍ର ଶରୀରରେ ମୁଣ୍ଡଠାରୁ ପାଦ ପର୍ଯ୍ୟନ୍ତ ଥିଲା। ସେଥିପାଇଁ ଆୟୁବ ଅଳିଆଗଦା ପାଖରେ ବସିଲା। ସେ ଖଣ୍ଡିଏ ଭଙ୍ଗା ପାତ୍ରରେ ନିଜର କ୍ଷତ ହୋଇଥିବା ସ୍ଥାନକୁ କୁଣ୍ଡାଇବାକୁ ଲାଗିଲା। ଏହି ସମୟରେ ଆୟୁବର ସ୍ତ୍ରୀ ଆୟୁବ ନିକଟକୁ ଆସି ତା’ର ଦୂରାବସ୍ଥା ଦେଖି କହିଲା, “ଏବେ କି ତୁମ୍ଭେ ପରମେଶ୍ୱରଙ୍କ ବିଶ୍ୱସ୍ତ ବୋଲି ଭାବୁଛ? ତୁମ୍ଭେ କାହିଁକି ପରମେଶ୍ୱରଙ୍କୁ ଅଭିଶାପ ଦେଇ ମୃତ୍ୟୁବରଣ କରୁ ନାହଁ!”

10 ଆୟୁବ ତା’ର ପତ୍ନୀକୁ ଉତ୍ତର ଦେଲା, “ତୁମ୍ଭେ ଜଣେ ମୂର୍ଖ ସ୍ତ୍ରୀ ଭଳି କଥା କହୁଛ। ପରମେଶ୍ୱର ଆମ୍ଭକୁ ସବୁକିଛି ଭଲ ଜିନିଷ ଦେଇଛନ୍ତି, ଆମ୍ଭେ ତାକୁ ଗ୍ରହଣ କରିଅଛୁ। ସେହିଭଳି ଆମ୍ଭେ ମଧ୍ୟ ସେ ଦେଉଥିବା କଷ୍ଟକୁ ଗ୍ରହଣ କରିବା ଉଚିତ୍।” ଯଦିଓ ଏହାସବୁ ଘଟିଲା ଆୟୁବ ତା’ ଓଷ୍ଠରେ ପାପ କଲା ନାହିଁ।

ଆୟୁବର ତିନିବନ୍ଧୁ ତା’ ନିକଟକୁ ଦେଖା କରିବାକୁ ଆସିଲେ

11 ଆୟୁବର ତିନି ଜଣ ବନ୍ଧୁ ଥିଲେ। ସେମାନେ ହେଲେ ତୈମନୀୟ ଇଲୀଫସ୍, ଶୂହୀୟ ବି‌‌ଲ୍‌‌ଦଦ୍ ଓ ନାମାଥୀୟ ସୋଫର। ଏହି ତିନି ବନ୍ଧୁ ଆୟୁବ ଉପରେ ପଡ଼ିଥିବା ସମସ୍ତ ବିପଦ କଥା ଶୁଣିଲେ। ସେହି ତିନି ବନ୍ଧୁ ନିଜର ଘର ଛାଡ଼ିଲେ ଏବଂ ଏକତ୍ରିତ ହେଲେ। ସେମାନେ ତା’ର ଦୁଃଖ ସମୟରେ ଆୟୁବକୁ ସାନ୍ତ୍ୱନା ତଥା ସମବେଦନା ଜଣାଇବାକୁ ମନସ୍ଥ କଲେ। 12 କିନ୍ତୁ ଯେତେବେଳେ ସେହି ତିନି ବନ୍ଧୁ ଦୂରରୁ ଆୟୁବକୁ ଦେଖିଲେ, ସେମାନେ ତାକୁ ଚିହ୍ନି ପାରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲେ। ଆଉ ସେମାନେ ଆପଣା ବସ୍ତ୍ର ଚିରି ସ୍ୱର୍ଗ ଆଡ଼କୁ ଗ୍ଭହିଁ ଆପଣା ମୁଣ୍ଡ ଉପରେ ଧୂଳି ଫିଙ୍ଗିଲେ। 13 ତା’ପରେ ସେହି ତିନି ବନ୍ଧୁ ଆୟୁବ ସହିତ ସାତ ଦିନ ଓ ସାତ ରାତି ଭୂମିରେ ବସିଲେ। ସେମାନଙ୍କ ପାଟିରୁ ପଦଟିଏ କଥା ବାହାରୁ ନ ଥିଲା। ସେମାନେ ଆୟୁବକୁ କଥାପଦେ କହିଲେ ନାହିଁ, କାରଣ ସେମାନେ ଦେଖିଲେ ଯେ, ସେ କେତେ ଯନ୍ତ୍ରଣା ଭୋଗୁଛି।