Add parallel Print Page Options

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।

46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
    ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
    ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
    ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ।

ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
    ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
    ଏହା କେବେ ବି ଧ୍ୱଂସ ପାଇବ ନାହିଁ।
    ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
    ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
    ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
    ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।

10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
    ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
    ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”

11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ।