Add parallel Print Page Options

ଯିରୁଶାଲମ ପାଇଁ ପରମେଶ୍ୱରଙ୍କ ପ୍ରେମ

29 ପରମେଶ୍ୱର କୁହନ୍ତି, “ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର। ବର୍ଷକୁ ବର୍ଷ ଯୋଗ କର। ପର୍ବଗୁଡ଼ିକ ପାଳି ଅନୁକ୍ରମେ ଆସୁ। ତେବେ ମୁଁ ଅରୀୟେଲକୁ ଦୁଃଖ ଦେବି। ନଗରଟି ଶୋକ ଓ ବିଳାପରେ ପୂର୍ଣ୍ଣ ହେବ। ମାତ୍ର ତାହା ଆମ ପ୍ରତି ଦାହସ୍ଥାନ ତୁଲ୍ୟ ହେବ।

“ପୁଣି ମୁଁ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବି। ତୁମ୍ଭ ବିପକ୍ଷରେ ଗଡ଼ ସୃଷ୍ଟି କରିବି ଯେ କି ତୁମ୍ଭକୁ ବେଷ୍ଟନ କରିବ ଓ ତୁମ୍ଭ ପ୍ରତିକୂଳରେ ତାହା ତୁମ୍ଭକୁ ଅନୁରୋଧ କରିବ। ଏଥିରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ। ଧୂଳି ଉପରୁ ତୁମ୍ଭର ସ୍ୱର କ୍ଷୀଣ ହେବ ଓ ତାହା ଭୂତର ସ୍ୱର ତୁଲ୍ୟ ହେବ। ତୁମ୍ଭର ସ୍ୱର ଧୂଳି ଉପରୁ ଫୁ‌ସ୍‌ଫୁସ୍ ଶବ୍ଦ ସ୍ୱରରେ କହିଲା ପରି ହେବ।”

ତୁମ୍ଭର ଶତ୍ରୁଗଣ ସୂକ୍ଷ୍ମଧୂଳି ସଦୃଶ ଅଗଣିତ ହେବେ। ନିଷ୍ଠୁର ଲୋକମାନଙ୍କର ଗହଳି ତୁଷ ତୁଲ୍ୟ ହେବ ଓ ଏସବୁ ନିମିଷକରେ ଘଟିବ। ସର୍ବଶକ୍ତିମାନ ସଦାପ୍ରଭୁ ଭୂମିକମ୍ପ, ଘଡ଼ଘଡ଼ି, ଭୟଙ୍କର ଗର୍ଜନ ଝଡ଼, ଘୂର୍ଣ୍ଣିବାୟୁ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ଆସିବେ ଏବଂ ତାକୁ ଧ୍ୱଂସ କରିବେ। ବହୁ ଜାତିଗଣ ଅରୀୟେଲ ବିପକ୍ଷରେ ଯୁଦ୍ଧ କରିବେ, ଏବଂ ତାହାର ସୁଦୃଢ଼ ଦୁର୍ଗ ଭିତରକୁ ପ୍ରବେଶ କରିବେ, ତାହା ରାତ୍ରିକାଳୀନ ସ୍ୱପ୍ନ ଓ ଦର୍ଶନ ତୁଲ୍ୟ ହେବ। ଯେପରି ସ୍ୱପ୍ନରେ କ୍ଷୁଧାର୍ତ୍ତ ଖାଏ ଏବଂ ତୃଷାର୍ତ୍ତ ପିଏ। କିନ୍ତୁ ବାସ୍ତବରେ ସେହି ସଂପୃକ୍ତ ଲୋକମାନେ କ୍ଷୁଧାର୍ତ୍ତ ଏବଂ ତୃଷାର୍ତ୍ତ ଥା’ନ୍ତି, ଠିକ୍ ସେହିପରି ସେହି ଜାତିଗଣ ସିୟୋନ ପାଇଁ ସେମାନଙ୍କର ଇଚ୍ଛା ଅନୁସାରେ କିଛି କରି ପାରିବେ ନାହିଁ। ସେହିପରି ସିୟୋନ ପର୍ବତର ବିପକ୍ଷରେ ଯୁଦ୍ଧ କରୁଥିବା ବହୁ ଗୋଷ୍ଠୀଗଣ ନିଜ ଇଚ୍ଛା ଅନୁସାରେ ପାଇବେ ନାହିଁ।

ତୁମ୍ଭେମାନେ ଅଜ୍ଞାତ ଓ ଚମତ୍କୃତ ହୁଅ।
    ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ।
    ଟଳଟଳ ହୁଅ, କିନ୍ତୁ ସୁରାପାନରେ ନୁହେଁ।
10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଛନ୍ତି।
    ସେ ତୁମ୍ଭମାନଙ୍କର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ସଦୃଶ ଚକ୍ଷୁ ମୁଦ୍ରିତ କରିବେ।
    ପୁଣି ଭବିଷ୍ୟ‌ଦ୍‌ବକ୍ତାଙ୍କ ପରି ତୁମ୍ଭମାନଙ୍କର ମସ୍ତକକୁ ଆଚ୍ଛାଦନ କରିବେ।

11 ସେସବୁ ଜିନିଷର ଦୃଶ୍ୟବଦ୍ଧ ପୁସ୍ତକ ପରି! ଯଦି ତୁମ୍ଭେ ତାକୁ କୌଣସି ଜଣକୁ ଦେବ ଯିଏ ପଢ଼ିପାରିବ ଏବଂ କହିବ, “ଏହାକୁ ପଢ଼। ସେ କହିବ, ମୁଁ କରି ନ ପାରେ, ଏହା ବନ୍ଦ ଅଛି।” 12 ଯଦି ତୁମ୍ଭେ କୌଣସି ଅଶିକ୍ଷିତ ଲୋକକୁ ପଢ଼ିବାକୁ ଦେବ, ସେମାନେ ମଧ୍ୟ ସାଧାରଣ ଭାବରେ କହିବେ, “ସେଗୁଡ଼ିକ ଅକ୍ଷରରେ ଛପା ହୋଇଛି। ମୁଁ ପଢ଼ିପାରିବି ନାହିଁ।”

13 ମୋର ପ୍ରଭୁ କୁହନ୍ତି, “ସେମାନଙ୍କର ମୁଖ ସହିତ ଏହି ଲୋକମାନେ ମୋ’ ପାଖକୁ ଆସନ୍ତି। ସେମାନେ ନିଜର ଓଷ୍ଠାଧରରେ ମୋର ସମ୍ମାନ କରନ୍ତି। ମାତ୍ର ପ୍ରକୃତରେ ସେମାନେ ମୋ’ଠାରୁ ବହୁତ ଦୂରେଇ ରହନ୍ତି। ମୋ’ ପ୍ରତି ସେମାନଙ୍କର ଭୟ ଓ ପ୍ରେମ ଅନ୍ୟ କିଛି ନୁହେଁ, କିନ୍ତୁ କେବଳ ମାନବିକ ଶିକ୍ଷା ଓ ବେଳେବେଳେ ଉପଦେଶ। 14 ତେଣୁ ଏହି ଲୋକମାନଙ୍କୁ ଚକିତ କରିବା ପାଇଁ ମୁଁ ଅ‌‌ଦ୍‌‌ଭୂତ ଓ ଆଶ୍ଚର୍ଯ୍ୟ କର୍ମମାନ କରି ଗ୍ଭଲିବି। ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନେ ସେମାନଙ୍କର ବୁଦ୍ଧି ହରାଇବେ।”

15 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିଜ ନିଜ ମନ୍ତ୍ରଣାକୁ ଲୁଗ୍ଭଇବାକୁ ଚେଷ୍ଟା କରନ୍ତି ସେମାନେ ଦୁଃଖ ପାଆନ୍ତି। ସେମାନେ ଅନ୍ଧକାରରେ ନିଜ ନିଜର କୁକର୍ମ କରନ୍ତି ଓ କୁହନ୍ତି, “କେହି ଆମ୍ଭମାନଙ୍କୁ ଦେଖୁ ନାହିଁ କି କେହି ଆମ୍ଭମାନଙ୍କୁ ଚିହ୍ନୁ ନାହିଁ।”

16 ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଇବ। କୁମ୍ଭକାର କ’ଣ ମାଟିର ତୁଲ୍ୟ ହେବ? ନିର୍ମିତ ବସ୍ତୁ କ’ଣ ନିର୍ମାଣ କର୍ତ୍ତା ବିଷୟରେ କହିବ, “ଏ ବ୍ୟକ୍ତି ମୋତେ ନିର୍ମାଣ କରି ନାହିଁ।” ପୁଣି ଗଢ଼ାବସ୍ତୁ କ’ଣ ବ୍ୟକ୍ତି ବିଷୟରେ କହିବ, “ଏ ବ୍ୟକ୍ତିର ବୁଦ୍ଧି ନାହିଁ।”

ସୁସମୟ ଆସୁଛି

17 ଏହା ସତ୍ୟ ଯେ, ଅତି ଅଳ୍ପ ସମୟ ପରେ ଲିବାନୋନ ଫଳପୂର୍ଣ୍ଣ କ୍ଷେତ୍ରରେ ପରିଣତ ହେବ ଓ ଫଳବତୀ କ୍ଷେତ୍ର ଅରଣ୍ୟରେ ପରିଣତ ହେବ। 18 ପୁଣି ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧ୍ୟରେ ଅନ୍ଧ ଦେଖିବ। 19 ସଦାପ୍ରଭୁଙ୍କଠାରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମ ସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।

20 ନିଷ୍ଠୁର ଲୋକ ଦଣ୍ଡ ଭୋଗିବେ। ନିନ୍ଦୁକମାନେ ଶାନ୍ତ ହୋଇଛନ୍ତି ଓ ଅଧର୍ମକାର୍ଯ୍ୟ କରୁଥିବା ବ୍ୟକ୍ତି ଧ୍ୱଂସ ହୋଇଛନ୍ତି। 21 ସେମାନେ କଥାରେ ଉତ୍ତମ ଲୋକଙ୍କୁ ଦୋଷୀ କରନ୍ତି। ନଗର ଦ୍ୱାରରେ ଦୋଷଯୁକ୍ତ କରିବାକୁ ଫାନ୍ଦ ବସାନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।

22 ତେଣୁ ଅବ୍ରହାମଙ୍କର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କୁହନ୍ତି, “ହେ ଯାକୁବ, ତୁମ୍ଭେ ଏବେ ଲଜ୍ଜିତ ହେବ ନାହିଁ କିମ୍ବା ତୁମ୍ଭର ମୁଖ ମଳିନ କରିବ ନାହିଁ। 23 ସେମାନେ ଯେତେବେଳେ ମୋର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣଙ୍କୁ ନିଜ ମଧ୍ୟରେ ଦେଖିବେ ସେତେବେଳେ ସେମାନେ ମୋର ନାମକୁ ପବିତ୍ର ବୋଲି ମାନିବେ। ଆଉ ମଧ୍ୟ ଯାକୁବର ଧର୍ମସ୍ୱରୂପକୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ମାନ ଓ ଭକ୍ତି କରିବେ। 24 ବହୁ ମନ୍ଦ କର୍ମରେ ଳିପ୍ତ ଭ୍ରାନ୍ତମନାମାନେ ବୁଦ୍ଧିପ୍ରାପ୍ତ ହେବେ ଓ ଅଭିଯୋଗକାରୀ ତତ୍ତ୍ୱକଥା ଶିଖିବେ।”